www.samajalive.in
Sunday, December 14, 2025
16.1 C
Bhubaneswar

୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଆଜିଠୁ ୩ ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୧ରୁ ୨୩ତାରିଖ ପର୍ଯ୍ୟନ୍ତ ସେଠା​‌ରେ ରହଣୀ କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆମେରିକାର ୱିଲମିଂଟନରେ କ୍ୱାଡ୍‌‌ ଶିଖର ସମ୍ମିଳନୀରେ ଯୋଗ ଦେବେ। ରାଷ୍ଟ୍ରପତି ଜୋ ବାଇଡେନ ଏହି ଶିଖର ସମ୍ମିଳନୀର ଆୟୋଜନ କରିଛନ୍ତି। ତେବେ ଭାରତ ଚଳିତ ବର୍ଷ କ୍ୱାଡ୍‌‌ ଶିଖର ସମ୍ମିଳନୀ ଆୟୋଜନ କରିବାର ଥିଲା। କିନ୍ତୁ ଆମେରିକାର ଅନୁରୋଧ କ୍ରମେ ଭାରତ ୨୦୨୫ରେ ଏହି ଶିଖର ସମ୍ମିଳନୀ ଆୟୋଜନ କରିବ। ଶିଖର ସମ୍ମିଳନୀରେ ସାମିଲ ହୋଇଥିବା ସଦସ୍ୟ ଦେଶର ନେତାମାନେ କ୍ୱାଡର ଅଗ୍ରଗତିର ସମୀକ୍ଷା କରିବେ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ବ୍ୟତୀତ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନେସ୍‌‌ ଏବଂ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ମଧ୍ୟ ଏଥିରେ ଯୋଗ ଦେବେ। ଏହାସହିତ ମୋଦୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ ଏକ ଶିଖର ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ ସେପ୍ଟେମ୍ବର ୨୨ରେ ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟର ଏକ ସମାବେଶକୁ ସମ୍ବୋଧିତ କରିବେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories