www.samajalive.in
Tuesday, December 9, 2025
15.1 C
Bhubaneswar

ମଣ୍ଡୁଆରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ

କେନ୍ଦୁଝରଗଡ଼଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ ଅବସରରେ ଶନିବାର ଦ୍ୱିତୀୟ ଦିବସ ସନ୍ଧ୍ୟାରେ ମଣ୍ଡୁଆସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଠାରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠକୁ ନିଜେ ମୁଖ୍ୟମନ୍ତ୍ରୀ ଉଦ୍‌‌ଘାଟନ କରିବା ସହ ଶୁଣାଣୀ ଆରମ୍ଭ କରିଛନ୍ତି। ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରି ଶୁଣାଣୀ ଆରମ୍ଭ କରିଛନ୍ତି। ମଣ୍ଡୁଆସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ପ୍ରକୋଷ୍ଠରେ ଜଣେ ଅଧିକାରୀ ନିଯୁକ୍ତି କରାଯାଇ ନିୟମିତ ଭାବେ ଅଭିଯୋଗ ଗ୍ରହଣ କରାଯାଇ ତାହା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇ ସମାଧାନ କରାଯିବ ବୋଲି ଜଣାପଡ଼ିଛି। ଇ-ଅଭିଯୋଗ ଗ୍ରହଣ ପାଇଁ ଏକ ସ୍ୱତନ୍ତ୍ର ପୋଟାର୍ଲ ଖୋଲାଯାଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅଭିଯୋଗ ଗ୍ରହଣ କରାଯିବ ବୋଲି ମଧ୍ୟ ଜଣାପଡ଼ିଛି। ଆବଶ୍ୟକସ୍ଥଳେ ଅଭିଯୋଗର ତ୍ୱରିତ୍‌‌ ସମାଧାନ ପାଇଁ ଜିଲାପାଳଙ୍କ ସହ ଆଲୋଚନା କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories