ସ୍କୁଟର-କାର୍ ମୁହାଁମୁହିଁ ଧକ୍କା, ୨ ମୃତ

ଝାରସୁଗୁଡା : ସ୍କୁଟର ଓ କାର ମୁହାଁମୁହିଁ ଧକ୍କା ଫଳରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ହୋଇଛନ୍ତି । ସାହସପୁର ଫୁଲକୋବି ଛକ ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ଏଥିରେ ସ୍କୁଟରରେ ସବାର ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତାହତ ମହୁଲପାଲି ଥାନା ଅଞ୍ଚଳର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

Comments are closed.