www.samajalive.in
Sunday, December 7, 2025
26.1 C
Bhubaneswar

ଭରତପୁର ଥାନା ଘଟଣା: ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, କୋର୍ଟ ତଦାରଖରେ ତଦନ୍ତ ପାଇଁ ହାଇକୋର୍ଟଙ୍କୁ ଅନୁରୋଧ

ଭୁବନେଶ୍ୱର: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି ।

ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ  କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

- Advertisement -

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି । ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି। ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍‌ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।

ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି । ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories