www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୩ ଘଣ୍ଟିଆ ୟେଲୋ ସତର୍କତା

ଭୁବନେଶ୍ବର : ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ  ୭ ଜିଲ୍ଲାକୁ ୩ ଘଣ୍ଟିଆ ୟେଲୋ ସତର୍କତା ଜାରି କରାଯାଇଛି।  ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ , ବାଲେଶ୍ଵର, କୋରାପୁଟ, ରାୟଗଡା , ଗଜପତି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି। ସେପଟେ ଲଘୁଚାପ ପ୍ରଭାବରେ ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ରାଜଧାନୀରେ ପବନ ବହିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୬୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବର ୧୫.୨, ଦାରିଙ୍ଗବାଡି ୧୨, ନୂଆପଡାରେ ୧୪.୪ମି.ମି ବର୍ଷା ରେକର୍ଡ ହୋଇଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories