www.samajalive.in
Tuesday, December 9, 2025
16.1 C
Bhubaneswar

ଭରତପୁର ଥାନାରେ ଲଜ୍ଜା: ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେବା ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇକୋର୍ଟର ଅବସରପ୍ରାପ୍ତ ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାଶଙ୍କ ଦ୍ୱାରା ତଦନ୍ତ କରାଯାଇ ୬୦ଦିନରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଛି। ଭରତପୁର ଥାନା, ଚନ୍ଦକା ଥାନା ଓ ରୋଡ ରୋମିଓଙ୍କୁ ନେଇ ତଦନ୍ତ କରାଯିବ। ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ପରାମର୍ଶ ଲୋଡାଯାଇଛି। ସୂଚନା ଅନୁସାରେ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ନେଇ ସାରା ଦେଶରେ ଉଦବେଗ ପ୍ରକାଶ ପାଇବା ସହ ନିନ୍ଦା କରାଯାଇଛି। ଥାନାରେ ଜଣେ ମହିଳାଙ୍କୁ ପୁଲିସ ଅଧିକାରୀମାନେ ଏଭଳି ଦୁର୍ବ୍ୟବହାର କରିବା ପରେ ସବୁ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories