www.samajalive.in
Monday, December 8, 2025
24.1 C
Bhubaneswar

ଭରତପୁର ଥାନା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୀଡ଼ିତା, ତାଙ୍କ ପିତା ଓ ସେନା ଭେଟେରାନ

ଭୁବନେଶ୍ଵର: ଭରତପୁର ଥାନା ଘଟଣାର ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସହ ଧନ୍ୟବାଦ ଜଣାଇଛନ୍ତି। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବାରୁ ପୀଡ଼ିତା, ତାଙ୍କ ପିତା ଓ ଅନ୍ୟ ସେନା ଭେଟେରାନମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି। ଏହି ସାକ୍ଷାତ ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ। ତେବେ ମୁଖ୍ୟମନ୍ତ୍ରୀ ନ୍ୟାୟ ପାଇଁ ପ୍ରତିଶ୍ରୁତି ଦେଇଥିବା ସେନା ଭେଟେରାନ ସଂଘ ସଭାପତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ। ୬୦ ଦିନ ମଧ୍ୟରେ ଆସିବ ରିପୋର୍ଟ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories