କନ୍ଧମାଳ : କନ୍ଧମାଳ ଜିଲାରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାରେ ରବିବାର ୮ ଜଣଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ବେଳେ ସୋମବାର ଦିନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ରବିବାର ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଏକ ଶିଶୁ କନ୍ୟାକୁ ପ୍ରସବ କରିଥିବା ଖବର ପ୍ରକାଶ ପାଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯିବା ସହ ରାସ୍ତା ମଧ୍ୟ ଅବରୋଧ କରାଯାଇଥିଲା। ଏହାପରେ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।
ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
Popular Categories



