www.samajalive.in
Saturday, December 13, 2025
17.1 C
Bhubaneswar

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପୋଷଣ ମାସ ଓ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ପାଳିତ

ଡେସ୍କ: କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ, ଜୟପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ପୋଷଣ ମାସ ଏବଂ ମା’ ପାଇଁ ଗଛଟିଏ ଶୀର୍ଷକ ବିଷୟ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ କୁନ୍ଦୁରା ବ୍ଲକର ବାଗଦେରୀ ଗ୍ରାମ ପଂଚାୟତ କଲ୍ୟାଣ ମଣ୍ଡପରେ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରାଜେଶ୍ୱରୀ ପରଜା ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ତରଣୀସେନ ବିଶୋଇ, ସ୍ଥାନୀୟ ସରପଞ୍ଚ ମାନସୀ ସାଆନ୍ତା ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ କୁନ୍ଦୁରା ସିଡିପିଓ ଆରତୀ ମହାପାତ୍ର, ଡଃ ଦେବାଶିଷ ମହାରଣା, ଡଃ ହରିଶ ଚନ୍ଦ୍ର ପ୍ରଧାନ ଓ ଡେପୁଟି ରେଞ୍ଜର ଛବିନ୍ଦ୍ର ରନ୍ଧାରୀ ପ୍ରମୁଖ ଯୋଗ ଦେଇ ବିସ୍ତୃତ ଭାବେ ପୋଷଣର ଉପକାରିତା ଏବଂ ଏହା ସମସ୍ତଙ୍କ ଲାଗି କାହିଁକି ଆବଶ୍ୟକ ଓ ପରିବେଶ ସୁରକ୍ଷା ନିମନ୍ତେ ଗଛର ଉପାଦେୟତା କିଭଳି ଗୁରୁତ୍ୱପୂର୍ଣ, ସେ ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ଲୋଗାନ ମା’ ପାଇଁ ଗଛଟିଏ ବର୍ତମାନ କିଭଳି ପ୍ରଯୁଜ୍ୟ ସେ ସମ୍ପର୍କରେ ଉପସ୍ଥିତ ମହିଳା ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଗ୍ରାମବାସୀଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସକାଶେ ବିଭିନ୍ନ ପ୍ରତିଯୋଗିତାମାନ ଆୟୋଜିତ ହେବା ସହ ଏକ ସଚେତନତା ପଦ ଯାତ୍ରା ଓ ପଥପ୍ରାନ୍ତ ନାଟକ ମଧ୍ୟ ଆୟୋଜନ କରାଯାଇଥିଲା।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories