www.samajalive.in
Tuesday, December 9, 2025
15.1 C
Bhubaneswar

ଆନ୍ଦୋଳନରେ ସଫେଇ କର୍ମଚାରୀ: ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ଵର: ଦୁର୍ଗନ୍ଧରେ ଫାଟି ପଡୁଛି କ୍ୟାପିଟାଲ ହସ୍ପିଟାଲ । ଚାରିଆଡେ ପଡିଛି କୁଢ କୁଢ ଆବର୍ଜନା। କ୍ୟାପିଟାଲ ହସ୍ପିଟାଲର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଥିବା ଯୋଗୁଁ ଏଭଳି କିଛି ସ୍ଥିତି ଉପୁଜିଛି। ସୋମବାରଠାରୁ ସେମାନେ ଆନ୍ଦୋଳନ ଚଳାଇଛନ୍ତି। ପୂଜା ବୋନସ୍ ଏବଂ ୨୬ ଦିନ ବଦଳରେ ୩୦ ଦିନର ଦରମା ଦାବିରେ ଆନ୍ଦୋଳନରେ ବସିଛନ୍ତି ସଫେଇ କର୍ମଚାରୀ। କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସେମାନେ ଧାରଣା ଦେଇଛନ୍ତି। ଫଳରେ ହସ୍ପିଟାଲର ସଫେଇ କାମ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଅସ୍ଵାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଚାରିଆଡେ ଆବର୍ଜନା ପଡିରହିଥିବାବେଳେ ହସ୍ପିଟାଲ ପରିସର ଦୁର୍ବନ୍ଧରେ ଫାଟି ପଡୁଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଚେତାବନୀ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories