www.samajalive.in
Tuesday, December 9, 2025
26.1 C
Bhubaneswar

ପବିତ୍ର ମୂଳାଷ୍ଟମୀ: ଆଜିଠୁ ଶ୍ରୀମନ୍ଦିରରେ ଷୋଳପୂଜା

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଷୋଳ ପୂଜା। ମୂଳାଷ୍ଟମୀ ଅବସରରେ ସହସ୍ରା କୁମ୍ଭାଭିଷେକ ପରେ ନିଦ୍ରାରୁ ଜାଗ୍ରତ କରାଯାଇ ମାଆଙ୍କର ଘଟ ସ୍ଥାପନ ସହ ଆବାହନ କରାଯାଇଛି। ଏଥିପାଇଁ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ  ୨୧ଜଣ ବ୍ରାହ୍ମଣଙ୍କୁ ଆଚାର୍ଯ୍ୟ ବରଣ କରି ଦେବୀ ପୀଠ ମାନଙ୍କରେ ଷେଡଶ ଦିନାତ୍ମକ ପୂଜା ପାଇଁ ଆମନ୍ତ୍ରଣ କରିଛନ୍ତି। ଶାରଦୀୟ ପୂଜା ଅବସରରେ ଦେବୀ ଦୁର୍ଗାଙ୍କର ପୂଜା ଚାଲିଥିବାବେଳେ ଶ୍ରୀମନ୍ଦିରରେ ଦୁର୍ଗା ମାଧବ ଏକତ୍ର ଉପାସନାର ପରମ୍ପରା ରହିଛି। ଶ୍ରୀମନ୍ଦିରରେ ଆଜିଠାରୁ ଶାକ୍ତ ଏବଂ ଶକ୍ତିଙ୍କର ଉପାସନା ସ୍ଵରୂପ ଦୁର୍ଗା ମାଧବଙ୍କୁ ପୂଜାର୍ଚ୍ଚନା କରାଯାଇଛି। ଶାରଦୀୟ ପୂଜା ପାଇଁ ଶ୍ରୀମନ୍ଦିରରେ ମାଆ ବିମଳାଙ୍କ ପୀଠ ସହ ପୁରୀର ଅନ୍ୟାନ୍ୟ ପ୍ରତିଷ୍ଠିତ ଶକ୍ତିପୀଠ ପାଇଁ ଶ୍ରୀନଅରକୁ ବ୍ରାହ୍ମଣ ମାନଙ୍କୁ ଆମନ୍ତ୍ରଣ କରାଯାଇଛି। ଆଜିଠୁ ଶ୍ରୀକ୍ଷେତ୍ରରେ ସବୁ ଶକ୍ତିପୀଠ ମାନଙ୍କରେ ଚଣ୍ଡିପାଠ ଆରମ୍ଭ ହେବ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories