ବଙ୍ଗୋପସାଗରରେ ଲଘୁଚାପ; ୨୬ ଯାଏଁ ପ୍ରବଳ ବର୍ଷିବ..
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ପୂର୍ବ ଓ ପଶ୍ଚିମ ଓଡିଶା ଏବଂ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହାପରେ ୨୭ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ।
ଲଘୁଚାପ ପ୍ରଭାବରେ ୨୬ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୁଧବାର ପାଇଁ ୧୦ ଜିଲା ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଝାରସୁଗୁଡା, ସମ୍ବଲପୁର, ବରଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୭ରୁ ୧୧ ସେମି ବର୍ଷା ହେବା ନେଇ ଅନୁମାନ କରାଯାଇଛି।
Comments are closed.