www.samajalive.in
Sunday, December 7, 2025
14.1 C
Bhubaneswar

ଆଜିଠୁ ନର୍ସିଂ ଅଧିକାରୀଙ୍କ ଆନ୍ଦୋଳନ: ୨୭ରୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭୁବନେଶ୍ବର: ଓଡ଼ିଶା ନର୍ସିଂ ଅଧିକାରୀ ସଂଘ ଆଜିଠୁ ପୁଣି ଆନ୍ଦୋଳନ କରିବ। ଦୁଇ ଦିନ ଧରି ଜରୁରୀକାଳୀନ ସେବାକୁ ବାଦ ଦେଇ ଅନ୍ୟ ସବୁ ସେବା ବର୍ଜନ କରିବ ଏବଂ ଏହାପରେ ଯଦି ସରକାର ଦାବି ପୂରଣ ନକରନ୍ତି ୨୭ରୁ ଅନିର୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବ ବୋଲି ସଂଘ ପକ୍ଷରୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିବା ନେଇ ସଭାନେତ୍ରୀ ଶୁଚିସ୍ମିତା ଦାସ ଓ ସାଧାରଣ ସମ୍ପାଦକ ଅଶ୍ବିନୀ ଦାସ ସୂଚନା ଦେଇଛନ୍ତି। ସଂଘ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରାୟ ୧୫୦୦୦ ନର୍ସିଂ ଅଧିକାରୀ ସେବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ହେଲେ ସେମାନଙ୍କ ନ୍ୟାଯ୍ୟ ଦାବି ପୂରଣ କରାଯାଉନାହିଁ। ୧୦ ଦଫା ଦାବି ନେଇ ନର୍ସିଂ ଅଧିକାରୀ ସଂଘ ରାଜ୍ୟ ସରକାରଙ୍କୁ ବାରମ୍ବାର ଅବଗତ କରାଇଛନ୍ତି। ଗତମାସରେ ଦାବି ପୂରଣ ପାଇଁ ସଂଘ ଆନ୍ଦୋଳନ କରିଥିଲା ଏବଂ ସେବା ପ୍ରଭାବିତ ହେବାରୁ ସରକାର ଆଲୋଚନାକୁ ଡାକିଥିଲେ। ଗତ ୨୫ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଥିଲା। ମନ୍ତ୍ରୀ ସଂଘକୁ ମାସେ ମହଲତ ଦେଇଥିଲେ ଏବଂ ମାସେ ମଧ୍ୟରେ ଦାବି ପୂରଣ ଉପରେ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ ସରକାର କୌଣସି ପଦ‌େ‌କ୍ଷପ ଗ୍ରହଣ କରିଲେ ନାହିଁ କିମ୍ବା ସଂଘକୁ ଜଣାଇଲେ ନାହିଁ। ତେଣୁ ବାଧ୍ୟ ହୋଇ ଆସନ୍ତା ୨୫ରୁ ସଂଘ ଆଶୁଚିକିତ୍ସା କେନ୍ଦ୍ର, ଓଟି, ଲେବର ରୁମ ଏବଂ ଆଇସିୟୁ କାର୍ଯ୍ୟକୁ ବାଦ ଦେଇ ଅନ୍ୟ ସବୁ କାର୍ଯ୍ୟ ୨୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବେ। ଏସବୁ ସତ୍ତ୍ବେ ସରକାର କୌଣସି ପଦ‌େ‌କ୍ଷପ ଗ୍ରହଣ ନକଲେ ୨୭ରୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ। ଯଦି କିଛି ଅଘଟଣ ଘଟେ ତେବେ ଏଥିପାଇଁ ସରକାର ସମ୍ପୂର୍ଣ୍ଣଭାବେ ଦାୟୀ ରହିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories