www.samajalive.in
Monday, December 8, 2025
16.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ୨୬ ଆସନ ପାଇଁ ଚାଲିଛି ଭୋଟ୍‌ଗ୍ରହଣ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଜି (ବୁଧବାର) ଦ୍ବିତୀୟ ପର୍ଯ୍ୟାୟରେ ୨୬ ଆସନ ପାଇଁ ଭୋଟଗ୍ରହଣ କରାଯାଉଛି । ଏଥିମଧ୍ୟରୁ କାଶ୍ମୀର ଅଞ୍ଚଳରେ ୧୫ ଓ ଜାମ୍ମୁ ଅଞ୍ଚଳର ୧୧ ଆସନ ଅନ୍ତର୍ଭୁକ୍ତ। ଏହି ପର୍ଯ୍ୟାୟରେ ମୋଟ ୨୩୯ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା, ବିଜେପି ରାଜ୍ୟ ଶାଖା ସଭାପତି ରବୀନ୍ଦ୍ର ରୈନା, ପିସିସି ସଭାପତି ତାରିକ୍‌ ହମିଦ କାରା ଏବଂ ଆପ୍‌ନି ପାର୍ଟି ମୁଖ୍ୟ ଅଲତାଫ୍‌ ବୁଖାରୀ ଅନ୍ୟତମ। ଏହି ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଚଳିତମାସ ୧୮ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହୋଇଥିବାବେଳେ ୫୯ ପ୍ରତିଶତ ମତଦାନ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଦ୍ବିତୀୟ ପର୍ଯ୍ୟାୟରେ ମଧ୍ୟ ଅଧିକ ସଂଖ୍ୟକ ଭୋଟର ବୁଥ୍‌କୁ ଆସିବେ ବୋଲି ଆଶା କରାଯାଉଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories