www.samajalive.in
Monday, December 8, 2025
17.1 C
Bhubaneswar

ଅଜଣା ଗାଡି ଧକ୍କାରେ ଭାଲୁର ମୃତ୍ୟୁ

ନାକଟିଦେଉଳ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ବାଟଗାଁ ଫରେଷ୍ଟ ସେକ୍ସନର ବିନ୍ଧପୁର -ଅଙ୍ଗାବିରା ରାସ୍ତା ରୁ ଆଜି ସକାଳୁ ଏକ ଭାଲୁର ମୃତଦେହ ଉଦ୍ଧାର କରାଯାଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଭାଲୁଟିର ମୃତ୍ୟୁ ହୋଇଥିବା ଜଣାପଡିଛି । ରାଞ୍ଚି -ବିଜୟୱାଡ଼ା ଜାତୀୟ ରାଜପଥର ଅଂଶ ବିଶେଷ ନାକଟିଦେଉଳ ଅଙ୍ଗାବିରା ରାସ୍ତାର ବିନ୍ଧପୁର ପୋଲ ନିକଟ ଗେଣ୍ଠଣି ଠାରେ ଭାଲୁ ଟି ରାସ୍ତା ପାରି ହେଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଅଜଣା ଗାଡି ଭାଲୁଟିକୁ ଧକ୍କା ଦେଇଥିଲା। ଆଜି ସକାଳୁ ଏହି ରାସ୍ତାରେ ଯାଉଥିବା କିଛି ଲୋକ ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇ ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବାଟଗାଁ ଫରେଷ୍ଟର ଦିଲ୍ଲୀପ କୁମାର ବେହେରା ସଦଳ ବଳେ ଘଟଣା ସ୍ଥଳରେ ପହଞ୍ଚି ଭାଲୁର ମୃତ ଦେହ ଜବତ କରିଥିବା ଜଣାପଡିଛି । ତେବେ ବ୍ୟବଚ୍ଛେଦ ପରେ ଭାଲୁର ମୃତ ଦେହକୁ ପୋତି ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories