www.samajalive.in
Sunday, December 7, 2025
26.1 C
Bhubaneswar

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା କାର୍‌ ; ୭ ମୃତ

ଗୁଜରାଟ : ଗୁଜରାଟର ସାବରକଣ୍ଟା ଜିଲାରେ ହିମ୍ମତନଗର ନିକଟରେ ବୁଧବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ-କାର୍‌ ଧକ୍କା ହୋଇ ଦୁର୍ଘଟଣାରେ ୭ ଜଣଙ୍କ ଘଟଣାସ୍ଥ୍‌ଳରେ ମୃତ୍ୟୁ ହୋଇଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟ୍ରକକୁ ପଛପଟୁ ଏକ ଦ୍ରୁତ ଗତି କାର୍‌ ଧକ୍କା ଦେଇଥିବାରୁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଦେଖାଯାଇଛି । ସମସ୍ତ ମୃତକ ଅହମଦାବାଦର ବାସିନ୍ଦା । ସମସ୍ତେ ଅହମଦାବାଦକୁ ହିଁ ଯାଉଥିଲେ ।

ଦେଖନ୍ତୁ ଭିଡିଓ ;ଦୁବାଇ ଯାଉଥିବା ବିମାନ ଉଡାଣ ଭରିବାକୁ ଥିଲା କିଛି ସମୟ ବାକି, ଇଞ୍ଚିନ୍‌ରୁ ବାହାରିଲା ଧୂଆଁ..


ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ କହିଥିଲେ, କାର୍‌ଟି ଦ୍ରୁତ ଗତିରେ ଥିଲା, ଫଳରେ ଅନିୟନ୍ତ୍ରିତ ହୋଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଖବର ପାଇ ପୁଲିସ ଓ ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । କାର୍‌କୁ କାଟି ମୃତଦେହ ଉଦ୍ଧାର କରାଯାଇଥିଲା । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ହ୍ୱାଟ୍ସଆପ୍‌ ଆଣୁଛି ଜବରଦସ୍ତ ଫିଚର୍‌; ଆପେ ଆପେ ବ୍ଲକ୍‌ ହୋଇଯିବ ଅଜଣା କଲ୍‌ ଓ ମେସେଜ୍‌..

- Advertisement -

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories