www.samajalive.in
Monday, December 8, 2025
13.1 C
Bhubaneswar

ସମସ୍ତ ଟେଷ୍ଟ ପାଇଁ ସହମତି ଦେଲେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। କୋର୍ଟରେ ହାଜର ହୋଇ ସମସ୍ତ ଟେଷ୍ଟ ଦେବା ପାଇଁ ସହମତି ପ୍ରକାଶ କରିଛନ୍ତି ଦୀନକୃଷ୍ଣ। ଯେ କୌଣସି ତଦନ୍ତ ପାଇଁ ସେ ରାଜି ବୋଲି କହିଛନ୍ତି। ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିଥିଲା।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories