www.samajalive.in
Saturday, December 13, 2025
26.1 C
Bhubaneswar

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌‌ ଟେଷ୍ଟ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌‌ ଟେଷ୍ଟ। ଏନେଇ ଭୁବନେଶ୍ୱର ଏସଡିଜେଏମ୍‌‌ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଦୀନକୃଷ୍ଣଙ୍କୁ ନେଇ ଗୁଜରାଟର ଗାନ୍ଧିନଗର ଯିବ କ୍ରାଇମବ୍ରାଞ୍ଚ ଟିମ୍‌‌। ଆଜି କୋର୍ଟରେ ହାଜର ହୋଇ ସମସ୍ତ ଟେଷ୍ଟ ପାଇଁ ସହମତି ପ୍ରକାଶ କରିଥିଲେ ଦୀନକୃଷ୍ଣ ମିଶ୍ର। ଯେ କୌଣସି ତଦନ୍ତ ପାଇଁ ସେ ରାଜି ବୋଲି କହିଛନ୍ତି। ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories