www.samajalive.in
Saturday, December 13, 2025
18.1 C
Bhubaneswar

ଓଡ଼ିଶାରେ ବେଙ୍ଗାଲୁରୁ ହତ୍ୟାକାଣ୍ଡ ଅଭିଯୁକ୍ତର ଆତ୍ମହତ୍ୟା ! ମହିଳାଙ୍କୁ ମାରି ଫ୍ରିଜରେ ରଖିବା ଘଟଣାରେ ପୁଲିସର ସନ୍ଦେହଘେରରେ ଥିଲେ

ଆରଡି: ଓଡ଼ିଶାରେ ଆତ୍ମହତ୍ୟା କରିଛନ୍ତି ବେଙ୍ଗାଲୁରୁ ହତ୍ୟାକାଣ୍ଡର ସନ୍ଦିଗ୍ଧ ଅଭିଯୁକ୍ତ ମୁକ୍ତିରଞ୍ଜନ ରାୟ(୩୨)। ବେଙ୍ଗାଲୁରୁରେ ମହିଳାଙ୍କୁ ମାରି ୩୨ ଖଣ୍ଡ କରିବା ପରେ ଫ୍ରିଜରେ ଖଣ୍ଡବିଖଣ୍ଡିତ ମୃତଦେହ ରଖିବା ଘଟଣାରେ ପୁଲିସ ସନ୍ଦେହରେ ଘେରରେ ଥିଲେ ମୁକ୍ତିରଞ୍ଜନ। ତାଙ୍କ ଘର ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଆରଡି ଫାଣ୍ଡି ଅନ୍ତର୍ଗତ ଭୂଇଁପୁର ଗାଁରେ।

ମୁକ୍ତିରଞ୍ଜନ ଦୀର୍ଘବର୍ଷ ହେବ ବେଙ୍ଗାଲୁରୁରେ ରହି ଆସୁଥିଲା। ହେଲେ ଗତକାଲି(ମଙ୍ଗଳବାର) ଗାଁକୁ ଆସି ଘରେ କିଛି ସମୟ ରହିବା ପରେ ରାତିରେ ଘରୁ ପଳାଇଥିଲା। ଆଜି ବୁଧବାର ଭୋର ସମୟରେ କୁଳେଇପଦା ଶ୍ମଶାନ ନିକଟରେ ଥିବା ଏକ ଗଛରେ ମୁକ୍ତିରଞ୍ଜନ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ବେଙ୍ଗାଲୁରୁରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ମଙ୍ଗଳବାର ରାତିରେ ନିଜ ଘରେ ପହଞ୍ଚିଥିଲେ । ରାତି ୪ ଟାରେ ଏକ ସ୍କୁଟିରେ ଭଦ୍ରକ ଯିବେ ବୋଲି କହି ଘରୁ ଆସିଥିଲେ । ସ୍କୁଟି ଉପରେ ଏକ ଲାପଟପ ବ୍ୟାଗ ରଖି ସେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିଲା ବେଳେ ଆରଡି ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ସଂକ୍ରାନ୍ତରେ ଧୂଷୁରୀ ଥାନାରେ ୩୩/୨୦୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି । ଫୁଲିସ ଘଟଣାସ୍ଥଳରୁ ଜବତ କରିଥିବା ବ୍ୟାଗରେ ଲାପଟପ ଓ ଡାଏରୀ ଭଳି ଅନେକ ସାମଗ୍ରୀ ରହିଛି, ଯେଉଁଥିରେ ବହୁ ତଥ୍ୟ ରହିଥିବା ଜଣାପଡ଼ିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories