www.samajalive.in
Sunday, December 14, 2025
14.1 C
Bhubaneswar

ବଜ୍ରପାତରେ ଚାଷୀ ମୃତ

ଗୋପ : ଗୋପ ଥାନା ଅଧୀନ ଅଣ୍ଡରା ଇଚ୍ଛାପୁର ପଞ୍ଚାୟତ ବଡ଼ମଠ ଗାଁରେ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ବଡ଼ମଠ ଗାଁର ଚିତ୍ରସେନ ରାଉତ ବୋଲି ଜଣାପଡିଛି।  ସକାଳେ ସେ ତାଙ୍କ ଜମିରେ କାମ କରୁଥିବାବେଳେ ‌ବଜ୍ରପାତ ହୋଇଥିଲା। ଏଥିରେ ସେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ପାଇଁ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଗୋପ ପୁଲିସ୍‌ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁୁଜୁ କରାଯାଇ ବ୍ୟବଚ୍ଛେଦ ନିମନ୍ତେ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିବା ଥାନାଧିକାରୀ ପ୍ରଶାନ୍ତ କୁମାର ପଢ଼ିଆରୀ କହିଛନ୍ତି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories