www.samajalive.in
Tuesday, December 9, 2025
16.1 C
Bhubaneswar

ଆଲୋଚନା ବିଫଳ ପରେ ଆଜି ପୁଣି ଆନ୍ଦୋଳନରେ ନର୍ସ: କାଲିଠୁ ଜରୁରୀକାଳୀନ ସେବା ବନ୍ଦ ଲାଗି ଚେତାବନୀ

ଭୁବନେଶ୍ବର: ନର୍ସିଂ ସଂଘ ସହ ରାଜ୍ୟ ସରକାରଙ୍କ ଆଲୋଚନା ବିଫଳ ହୋଇଛି। ଫଳରେ ଆଜି ବି ନର୍ସିଂ କର୍ମଚାରୀ ମାନେ ଆନ୍ଦୋଳନକୁ ଓହ୍ଲାଇବେ।  ଏସମା ଲାଗୁ ସତ୍ବେ ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ କାର୍ଯ୍ୟବନ୍ଦ କରିଛନ୍ତି। ଦାବି ପୂରଣ ନହେଲେ ୨୭ ତାରିଖ ଅର୍ଥାତ୍  ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି। ବୁଧବାର ଲୋକସେବା ଭବନରେ ସରକାରଙ୍କ ସହ ଆଲୋଚନା ବିଫଳ ହୋଇଥିଲା। ସରକାର ନର୍ସିଂ କର୍ମଚାରୀଙ୍କ ଦାବିକୁ ମାନି ନଥିବାରୁ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି।  ସଂଘ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରାୟ ୧୫୦୦୦ ନର୍ସିଂ ଅଧିକାରୀ ସେବା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ହେଲେ ସେମାନଙ୍କ ନ୍ୟାଯ୍ୟ ଦାବି ପୂରଣ କରାଯାଉନାହିଁ। ୧୦ ଦଫା ଦାବି ନେଇ ନର୍ସିଂ ଅଧିକାରୀ ସଂଘ ରାଜ୍ୟ ସରକାରଙ୍କୁ ବାରମ୍ବାର ଅବଗତ କରାଇଛନ୍ତି। ଗତମାସରେ ଦାବି ପୂରଣ ପାଇଁ ସଂଘ ଆନ୍ଦୋଳନ କରିଥିଲା ଏବଂ ସେବା ପ୍ରଭାବିତ ହେବାରୁ ସରକାର ଆଲୋଚନାକୁ ଡାକିଥିଲେ। ଗତ ୨୫ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଥିଲା। ମନ୍ତ୍ରୀ ସଂଘକୁ ମାସେ ମହଲତ ଦେଇଥିଲେ ଏବଂ ମାସେ ମଧ୍ୟରେ ଦାବି ପୂରଣ ଉପରେ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ ସରକାର କୌଣସି ପଦ‌େ‌କ୍ଷପ ଗ୍ରହଣ କରିଲେ ନାହିଁ କିମ୍ବା ସଂଘକୁ ଜଣାଇଲେ ନାହିଁ। ତେଣୁ ବାଧ୍ୟ ହୋଇ ନର୍ସିଂ କର୍ମଚାରୀ ମାନେ ଏଭଳି ନିଷ୍ପତ୍ତି ନେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories