www.samajalive.in
Tuesday, December 9, 2025
15.1 C
Bhubaneswar

୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବାଲିକୁଦାରେ ୧୦୫, ଜଗତସିଂହପୁର ୯୯.୧, ଉଦଳାରେ ୯୪ ମିମି ବର୍ଷା ରେକର୍ଡ କରାଯାଇଛି। କପ୍ତିପଦା ୯୨, ଗୋପ ୯୧, କେନ୍ଦୁଝରଗଡରେ ୮୯, କଙ୍କଡାହାଡ ୮୪.୪, ମହାକାଳପଡା ୮୦, ଅନୁଗୁଳରେ ୬୯ ମିିମି ବର୍ଷା ରେକର୍ଡ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ପୁରୀ, ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ଵରରେ ମଧ୍ୟ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେପଟେ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ୧ ଫୁଟର ପାଣି ଜମିରହିଛି।  ଫଳରେ ପର୍ଯ୍ୟଟକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପରିସ୍ଥିତିକୁ ଦେଖି ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।

ସ୍ପଷ୍ଟ ଦିବାଲୋକରେ ବୃଦ୍ଧାଙ୍କୁ ହତ୍ୟା

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories