www.samajalive.in
Monday, December 8, 2025
27.1 C
Bhubaneswar

କାହିଁକି ଏସସିବି ଆସୁଛନ୍ତି ଅଧିକ ରୋଗୀ, କେବେ ପୂରଣ ହେବ ଡାକ୍ତର ପଦବୀ!

ଡେସ୍କ: ଗୁରୁବାର କଟକ ସହର ସମସ୍ୟା ସମ୍ପର୍କିତ ଅନେକଗୁଡ଼ିଏ ମାମଲାର ଶୁଣାଣି କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଆଜି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ସମସ୍ୟା ସମ୍ପର୍କିତ କେତେକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ କହିଛନ୍ତି ଯେ ପ୍ରାୟତଃ ସମସ୍ତ ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଥିବା ବେଳେ କାହିଁକି ଏସସିବିକୁ ଅଧିକ ସଂଖ୍ୟାରେ ରୋଗୀ ଆସୁଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଅନ୍ୟପକ୍ଷରେ ଏସସିବିରେ ଖାଲି ପଡିଥିବା ଡାକ୍ତର, ଷ୍ଟାଫ୍ ନର୍ସ ଓ ପାରା ମେଡିକାଲ ଷ୍ଟାଫ ପଦ ପୂରଣ କରିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ କଟକ ସହରର ବିପର୍ଯ୍ୟସ୍ତ ରାସ୍ତାଘାଟ ନେଇ ଉଦବେଗ ପ୍ରକାଶ କରିଥିଲେ। ତୁରନ୍ତ ରାସ୍ତା ମରାମତି, ଜଳବନ୍ଦୀ ଅଞ୍ଚଳରୁ ଜଳ ନିଷ୍କାସନ ଓ ମଶା ନିପାତ ପାଇଁ ପଦକ୍ଷେପ ନେବା ପାଇଁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଆଜି ଶୁଣାଣି ସମୟରେ ସିଏମସି କମିଶନର, ସ୍ବାସ୍ଥ୍ୟ ଅଧିକାରୀ, ସିଟି ଇଞ୍ଜିନିୟର, ଜିଲ୍ଲାପାଳ, ଏସସିବି ଅଧିକ୍ଷକ, ସ୍ବାସ୍ଥ୍ୟ ସଚିବ ଓ ନଗର ଉନ୍ନୟନ ବିଭାଗ ସଚିବ ହାଜର ହୋଇଥିଲେ। ଏହିସବୁ ମାମଲାର ପରବର୍ତ୍ତୀ ଶୁଣାଣି
ଅକ୍ଟୋବର ୩ରେ ହେବ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories