www.samajalive.in
Tuesday, December 9, 2025
17.1 C
Bhubaneswar

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନରେ କୁଇଜ ପ୍ରତିଯୋଗିତା

ସିମୁଳିଆ: ପିଲାମାନଙ୍କ ମଧ୍ୟରେ ଗଣିତ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାକ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ଆଜି ବିଜୁ ପଟ୍ଟନାୟକ କ୍ରୀଡାଙ୍ଗନ କକ୍ଷ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନର ବ୍ଳକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରତିନିଧି ଯୁବନେତା ଡ଼.ଅଣୁମାଧବ ପଣ୍ଡା ଯୋଗ ଦେଇଥିଲେ। ବ୍ଳକ ଶିକ୍ଷାଧିକାରୀ ପ୍ରକାଶ ଚନ୍ଦ୍ର ମହାଳିକଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବାବାଜୀ ଚରଣ ମଲ୍ଲିକ, ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ଅଜୟ କୁମାର ପଣ୍ଡା, ବିଦ୍ୟାଧର ମହାଳିକ, ମାର୍କୋଣା ସି.ଆର.ସି.ସି ରତ୍ନାକର ବାରିକ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ବ୍ଲକର ୧୬୧ଟି ବିଦ୍ୟାଳୟରୁ ୨୬୩ଜଣ ପ୍ରତିଯୋଗୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରତି ବିଭାଗରୁ ତିନି ଜଣ କରି ୯ ଜଣ ପ୍ରତିଯୋଗୀଙ୍କୁ କୁଇଜ ପୁସ୍ତିକା, ମାନପତ୍ର ଓ କପ ପ୍ରଦାନ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories