www.samajalive.in
Saturday, December 6, 2025
16.1 C
Bhubaneswar

ମୋହନ ମାଝୀ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ

ଭୁବନେଶ୍ୱର: ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରକୁ ଆସିବା ପରେ ପ୍ରଥମ କରି ଜିଲ୍ଲାପାଳ ସମ୍ମିଳନୀ କରି ଆଲୋଚନା କରୁଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ରାଜ୍ୟ ସରକାର ଆଜି ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରୁଥିବା ବେଳେ ଆସନ୍ତାକାଲି ସବୁ ଜିଲାର ଏସପିମାନଙ୍କ ସହିତ ବୈଠକ କରି ଆଲୋଚନା କରିବେ। ଲୋକଙ୍କ ସମସ୍ୟା ପ୍ରତି ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ରୋଡମ୍ୟାପ ନେଇ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା ହୋଇଛି। ଧାଡିର ଶେଷରେ ଥିବା ଲୋକଙ୍କ ପାଖରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ କିଭଳି ପହଞ୍ଚିବ ସେନେଇ ଗୁରୁମନ୍ତ୍ର ଦେଉଛନ୍ତି ସରକାର। ଦୁଇଦିନ ଧରି ଏହି ସମ୍ମିଳନୀ ଅନୁଷ୍ଠିତ ହେବ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories