www.samajalive.in
Sunday, December 7, 2025
14.1 C
Bhubaneswar

ଦୁର୍ନୀତିକୁ ସାଲିସ୍‌‌ କରାଯିବ ନାହିଁ, ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନିଅ- ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ସମାଜ ଡିଜିଟାଲ ଡେସ୍କ: ଲୋକସେବା ଭବନରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ହେଉଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଲେ ଜିଲ୍ଲାପାଳ। ରାଜଧାନୀକୁ ଛାଡିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ। ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଥାଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି। ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ, ସେଥିପ୍ରତି ସବୁ ଜିଲ୍ଲାର ଜିଲ୍ଲାପାଳମାନେ ନଜର ରଖନ୍ତୁ। ତ୍ରୟୋମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଣ କରନ୍ତୁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିକୁ ସାଲିସ୍‌‌ କରାଯିବ ନାହିଁ, ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିକୁ ଯାଞ୍ଚ କରି ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ମୋହନ ମାଝୀ ଜିଲ୍ଲାପାଳଙ୍କୁ କହିଛନ୍ତି। ଏଥିସହିତ ଫିଲ୍ଡ ଭିଜିଟ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ଥାନା ଏବଂ ଶିକ୍ଷାନୁଷ୍ଠାନକୁ ଯାଇ ବିଚ୍ୟୁତ ଦେଖିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ସେହିପରି ଗଣମାଧ୍ୟମ, ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ ଦେଇଛନ୍ତି। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories