www.samajalive.in
Sunday, December 7, 2025
16.1 C
Bhubaneswar

ସ୍କ୍ରବ୍ ଟାଇଫସ୍‌ ଆତଙ୍କ: ନିଆଳିରେ ମେଡିକାଲ ଟିମ୍‌, ୬୦ ଗ୍ରାମବାସୀଙ୍କ ରକ୍ତ ନମୂନା ସଂଗ୍ରହ

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ନିଆଳିରେ ସ୍କ୍ରବ୍ ଟାଇଫସ୍‌ରେ ଜଣଙ୍କର ଜୀବନ ଯିବାପରେ ଜିଲା ମେଡିକାଲ୍ ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ ସହ ୬୦ ଜଣ ଗ୍ରାମବାସୀଙ୍କ ରକ୍ତ ନମୂନା ସଂଗ୍ରହ କରିଛି। କିଛି ଦିନ ତଳେ ସ୍ଥାନୀୟ ଅଁଳୋଠାରେ ଥିବା ମହିମା ଆଶ୍ରମର ସାଧୁ ପ୍ରଭାକର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ସ୍କ୍ରବ୍ ଟାଇଫସ୍‌ରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ତେବେ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ ସୁଧାର ନ ହେବାରୁ ତାଙ୍କ କହିବାନୁସାରେ ତାଙ୍କୁ ଅଁଳୋସ୍ଥିତ ମହିମା ଆଶ୍ରମକୁ ଫେରାଇ ଅଣାଯାଇଥିବାବେଳେ ଗତ ୨୩ ତାରିଖ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବାପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଖବର ପାଇ ଜିଲା ମେଡିକାଲ୍ ଟିମ୍ ଓ ନିଆଳି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରୀ ଟିମ୍ ଅଁଳୋ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଅଁଳୋ ଗ୍ରାମର ୬୦ ଜଣ ଗ୍ରାମବାସୀଙ୍କ ରକ୍ତ ନମୂନା ସଂଗ୍ରହ କରିଛନ୍ତି। ତେବେ ମୃତ ସାଧୁ ପ୍ରଭାକର ଗତ କିଛି ଦିନ ହେବ ନୟାଗଡ଼ ଯାଇଥିଲେ। ସେଠାରୁ ଫେରି ସେ ଅସୁସ୍ଥ ହୋଇ ପଡ଼ିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories