www.samajalive.in
Sunday, December 14, 2025
16.1 C
Bhubaneswar

ସରକାରୀ ଜାଗାରୁ ଘର ଉଚ୍ଛେଦ ପ୍ରତିବାଦରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

କାମାକ୍ଷାନଗର: କାମାକ୍ଷାନଗର ଏନଏସି ଅନ୍ତର୍ଗତ ୧ନଂ ଓ୍ବାର୍ଡ ସାନଇନ୍ଦିପୁର ଗାଁରେ ସରକାରୀ ଜମିରୁ ଘର ଉଚ୍ଛେଦ ପ୍ରତିବାଦରେ ଗାଁର ବିପିନ ନାୟକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ବିପିନ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କରିବା ସମୟରେ ସେଠାରେ ଉପସ୍ଥିତ ଲୋକ ତାଙ୍କୁ ଉଦ୍ଧାର କରିଥିଲେ।

ବିପିନି ଏକ ସରକାରୀ ଜମିରେ ଘର କରି ରହି ଆସୁଥିବା ବେଳେ ଏ ସଂକ୍ରାନ୍ତରେ ଉଚ୍ଚ ନ୍ୟାୟାଳୟରେ ମାମଲାର ବିଚାର କରାଯାଇ ଉଚ୍ଛେଦ କରିବାକୁ ନିର୍ଦେଶ ଆସିଥିଲା। ଏହି ନିର୍ଦେଶ ଅନୁଯାୟୀ ପ୍ରଶାସନ ପକ୍ଷରୁ ଶୁକ୍ରବାର ଉଚ୍ଛେଦ ହେବା ପରେ ଏହାକୁ ବିରୋଧ କରି ବିପିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ।  ଉପଜିଲ୍ଲାପାଳଙ୍କ ଅଫିସକୁ ଆସିଥିବା ଲୋକ ଏବଂ କର୍ମଚାରୀମାନେ ତାଙ୍କୁ ବାରଣ କରିବା ସହିତ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଯୁବକଙ୍କୁ କାବୁ କରିବା ସହିତ ବୁଝାଶୁଝା କରିଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories