www.samajalive.in
Sunday, December 7, 2025
26.1 C
Bhubaneswar

ମୁମ୍ବାଇରେ ହାଇଆଲର୍ଟ, ଆତଙ୍କବାଦୀ ଆକ୍ରମଣ ନେଇ ମିଳିଛି ଗୁଇନ୍ଦା ସୂଚନା

ସମାଜ ଡିଜିଟାଲ ଡେସ୍କ: ମୁମ୍ବାଇରେ ହାଇଆଲର୍ଟ। ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସହରରେ ପୁଲିସ ପକ୍ଷରୁ ହାଇଆଲର୍ଟ ଜାରି କରାଯାଇଛି। ବିଶେଷକରି ଧାର୍ମିକ ସ୍ଥଳଗୁଡ଼ିକରେ, ଯେଉଁଠି ବହୁଳ ଜନସମାଗମ ହୁଏ, ସେଠାରେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ସେହିପରି ଅନ୍ୟାନ୍ୟ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯାଇଛି।

ଆଗକୁ ପାର୍ବଣ ଆସୁଥିବାବେଳେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିବାକୁ ଯୋଜନା କରୁଥିବା ଗୁଇନ୍ଦା ବ୍ୟୁରୋ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପରେ ସହରର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ପୁଲିସ ପକ୍ଷରୁ ମକଡ୍ରିଲ କରାଯାଉଛି। ସମସ୍ତ ଡିସିପି ନିଜ ନିଜ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ଉପରେ କଡ଼ା ନଜର ରଖିଛନ୍ତି। ଚେମ୍ବୁର ଏବଂ ମାତୁଙ୍ଗା ଅଞ୍ଚଳରେ ଥିବା ମନ୍ଦିରଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories