www.samajalive.in
Tuesday, December 9, 2025
17.1 C
Bhubaneswar

ପୁଲିସଙ୍କୁ ମିଳିବ ବାଇକ୍‌‌, ହୋମଗାର୍ଡ ନିଯୁକ୍ତିକୁ ଗୁରୁତ୍ୱ

ସମାଜ ଡିଜିଟାଲ ଡେସ୍କ: କାର୍ଯ୍ୟକୁ ସରଳ ଓ ସହଜ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଲିସଙ୍କୁ ମିଳିବ ବାଇକ୍‌‌। ପ୍ରତି ଥାନା ପିଛା ଗୋଟିଏ କି ଦୁଇଟି ବାଇକ୍‌‌ ଥିବାରୁ କାମ ଶୀଘ୍ର ହୋଇପାରୁନି। ପ୍ରତି ପୁଲିସଙ୍କୁ ବାଇକ୍‌‌ ଦିଆଗଲେ ସେମାନେ ତୁରନ୍ତ ପହଞ୍ଚିବେ। ପୁଲିସଙ୍କ ନାମରେ ବାଇକ୍‌‌ ଦିଆଯିବ, ଯେଉଁ ଥାନାକୁ ଗଲେ ବି ସେମାନେ ସାଙ୍ଗରେ ନେଇ ଯାଇପାରିବେ। ଏଥବପାଇଁ ପାଖାପାଖି ୯ହଜାର ବାଇକ କିଣାଯିବ ବୋଲି କୁହାଯାଇଛି। ଏହାସହିତ ପ୍ରତି ଥାନାକୁ ଆଉ ଗୋଟିଏ ଲେଖାଏଁ ଚାରିଚକିଆ ଯାନ ଦିଆଯିବ ବୋଲି ଲୋକସେବା ଭବନରେ ଆୟୋଜିତ ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ଖାଲି ପଡ଼ିଥିବା ପୁଲିସ ପଦବୀ ଖୁବଶୀଘ୍ର ପୂରଣ ହେବ। ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନର ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ୨୨୯୮ ହୋମଗାର୍ଡଙ୍କୁ ପୁନଃ ନିଯୁକ୍ତି ଦିଆଯିବ ବୋଲି କହିଛନ୍ତି ମୋହନ ମାଝୀ। କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ ହେଲେ କ୍ଷତିପୂରଣ ପ୍ରଦାନ ଓ ମୃତ୍ୟୁ ପରେ ପରିବାରର ଜଣଙ୍କୁ ଚାକିରି ଦେବାକୁ ମଧ୍ୟ ଯୋଜନା ଚାଲିଥିବା କହିଛନ୍ତି।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories