www.samajalive.in
Sunday, December 7, 2025
13.1 C
Bhubaneswar

ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ସେପ୍ଟେମ୍ବର ୩୦ତାରିଖରେ ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩୦ତାରିଖରେ ଝାଡଖଣ୍ଡରେ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍‌‌ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୧ତାରିଖରେ ଝାଡଖଣ୍ଡର ଚାଇଁବାସାର କୋଲ୍‌‌ ହାନ୍‌‌ ଗସ୍ତ କରି ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲରେ ସଂଖ୍ୟାଧିକ ଓଡ଼ିଆ ଲୋକ ରହୁଥିବାରୁ ସେଠାରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଝାଡଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା ହୋଇନଥିବା ବେଳେ ବିଜେପି ପକ୍ଷରୁର ନିର୍ବାଚନ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories