www.samajalive.in
Saturday, December 6, 2025
16.1 C
Bhubaneswar

ଯକ୍ଷ୍ମା ପ୍ରତିଷେଧକ ଟୀକାକରଣ କାର୍ଯ୍ୟକ୍ରମ ଉଦଘାଟିତ

ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ସ୍ୱାସ୍ଥ୍ୟ ବିଭାଗ ଆଜି ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ବ୍ଲକସ୍ତରୀୟ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆୟୋଜିତ ଏହି ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ରୋଗୀ କଲ୍ୟାଣ ସମିତିର ସଦସ୍ୟ ତଥା ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆ ଯୋଗ ଦେଇ ଥିଲେ। ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ଭବାନୀ ଶଙ୍କର ଲେଙ୍କାଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବୟସ୍କ ବ୍ୟକ୍ତିମାନଙ୍କୁ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବା ସହିତ ଅତିଥିମାନଙ୍କ ଦ୍ୱାରା ବିସିଜି ଟୀକାକରଣ ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା। ବିପିଏମ ମାନସ ରଞ୍ଜନ ସ୍ୱାଇଁ, ଜନ ସ୍ୱାସ୍ଥ୍ୟ ଅଧିକାରୀ ଦିବାକର ପ୍ରଧାନ, ମ୍ୟାନେଜର ମିତ୍ରଭାନୁ ଦାସ, ମକରଧ୍ୱଜ ନାୟକ, ପ୍ରେମ ପାଣିଗ୍ରାହୀ, ବାଙ୍କ ଦୁର୍ଗା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ଏହି ଅବସରରେ ମହିଳା ସ୍ୱାସ୍ଥ୍ୟ କର୍ମୀ ଏବଂ ବହୁ ସଂଖ୍ୟାରେ ଆଶା କର୍ମୀ ଉପସ୍ଥିତ ଥିଲେ।

ମାଛ ନା କୁମ୍ଭୀର; ମତ୍ସ୍ୟଜୀବୀଙ୍କ ଜାଲରେ ପଡିଲା ଏହି ବିଶାଳକାୟ ଜୀବ, ହୋସ୍‌ ଉଡାଇବ ଭିଡିଓ..

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories