www.samajalive.in
Sunday, December 7, 2025
15.1 C
Bhubaneswar

ଘର ଭିତରକୁ ମାଡିଗଲା କାର୍: ବର୍ତ୍ତିଗଲେ ପରିବାରର ୭ ସଦସ୍ୟ

ସୋନପୁର : ଘର ଭିତରକୁ ମାଡିଗଲା କାର୍। ଅଳ୍ପକେ ବର୍ତ୍ତିଲେ ଘରେ ଥିବା ୭ ସଦସ୍ୟ। ସୋନପୁର-ବିନିକା ମୁଖ୍ୟରାସ୍ତା ସଂସାମୁରା ଛକରେ ଅଭାବନୀୟ ଘଟଣା ଘଟିଛି। ସୋନପୁର ଆଡୁ ଏକ କାର୍ ଦ୍ରୁତ ଗତିରେ ଆସୁଥିବା ବେଳେ ରାସ୍ତାକଡରେ ଥିବା ଏକ  ଘରେ ପଶିଯାଇଥିଲା। କାର୍ ଧକ୍କାରେ ଘରଟି ଭାଙ୍ଗି ଯାଇଛି। ହେଲେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି ଘରେ ଥିବା ପରିବାରର ୭ ଜଣ ସଦସ୍ୟ। ଦୁର୍ଘଟଣାଗ୍ରସ୍ତ କାରରେ ଗଞ୍ଜେଇ ଚାଲାଣ ହେଉଥିବା ସନ୍ଦେହ  କରାଯାଉଛି। ଖବର ପାଇ ବିନିକା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କାରଟିକୁ ଜବତ କରିଛି। ଏବଂ ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଦୁର୍ଘଟଣା ପରେ କାର୍ ଡ୍ରାଇଭର ଫେରାର୍ ହୋଇଯାଇଥିବା ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories