www.samajalive.in
Monday, December 8, 2025
24.1 C
Bhubaneswar

ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚୌଦ୍ୱାର: ଚୌଦ୍ୱାର ମହାବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ଼ ରିବନ୍‌‌ କ୍ଲବ୍‌‌ ଆନୁକୂଲ୍ୟରେ ଏଚ୍‌‌ଆଇଭି ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ରଶ୍ମୀ ରାଉତରାୟଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୋଡାଲ କନଭେନର ଡ.ସସ୍ମିତା ପଟ୍ଟନାୟକ, ଏସସିବି ମେଡିକାଲ କଲେଜର ସୁପରଭାଇଜର ଅଞ୍ଜଳୀ ଦାସ, ପ୍ରଧ୍ୟାପିକା ବିଲକେଶ ପର୍ବିନ ପ୍ରମୁଖ ଏଥିରେ ଅତିଥି ଭାବେ ଯୋଗଦେଇ ଏଡ଼ସ ଓ ଏଚ୍‌‌ଆଇଭି ସଂକ୍ରମଣ, ଏହାର ନିରାକଣ ଓ ରକ୍ତଦାନର ମହତ୍ୱ ଉପରେ ଆଲୋକପାତ କରିଥିଲେ। ଏଥି ସହିତ ଯୁବ ରେଡ଼କ୍ରସ୍‌‌ରେ ଛାତ୍ରଛାତ୍ରୀ ମାନଙ୍କ ଯୋଗଦାନ, ସେମାନଙ୍କ ଦାୟିତ୍ୱ ଏବଂ ଏ ସମ୍ପର୍କିତ ନିୟମାବଳୀ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ୬୦ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଅଧ୍ୟାପିକା ଡ. ମମତା ସାହୁ ଓ ଦେବାଶିଷ ଷଡଙ୍ଗୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାଉନସିଲର ଅଧ୍ୟାପକ ବସନ୍ତ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories