www.samajalive.in
Saturday, December 6, 2025
23.1 C
Bhubaneswar

ଅକ୍ଟୋବର ୯ରେ ମିଳିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ଅକ୍ଟୋବର ୯ ତାରିଖରେ ଆସିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ଆବେଦନ କରିଥିବା ମହିଳାଙ୍କୁ ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏଥର ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ  ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୭ ଲକ୍ଷ ମହିଳା ସୁଭଦ୍ରା ପାଇଁ ଆବେଦନ କରିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା।  ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଟଙ୍କା ମିଳିବ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories