www.samajalive.in
Tuesday, December 9, 2025
23.1 C
Bhubaneswar

ଆଇପିଏସ ସ୍ତରରେ ଅଦଳ ବଦଳ: କଟକ-ଭୁବନେଶ୍ବର ପୁଲିସ କମିଶନର ହେଲେ ସୁରେଶ ଦେବଦତ୍ତ ସିଂ,

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପୁଲିସ ସେବା (ଆଇପିଏସ) ସ୍ତରରେ ଅଦଳ ବଦଳ କରାଯାଇଛି। କଟକ-ଭୁବନେଶ୍ବର ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇଛି। ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ଟ୍ରେନିଂ ଏବଂ ବିପିଏସପିଏ ନିର୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ହେଲେ କଟକ-ଭୁବନେଶ୍ବର ପୁଲିସ କମିଶନର ଭାବେ ସୁରେଶ ଦେବଦତ୍ତ ସିଂ ନିଯୁକ୍ତି ଦିଆଯାଇଛି। ତେବେ କଟକ-ଭୁବନେଶ୍ବରରେ ଅଭିଜ୍ଞତା ହାସଲ କରିଥିବା ଉମାଶଙ୍କର ଦାଶଙ୍କୁ ପୁଣି ରାଜଧାନୀକୁ ଅଣାଯାଇଛି।

ଏହାସହିତ ଉମାଶଙ୍କର ଦାଶଙ୍କୁ କଟକ-ଭୁବନେଶ୍ବର ଅତିରିକ୍ତ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଏ.କେ.ରାୟ ଜେଲ ବିଭାଗ ଡିଜି ହୋଇଥିବାବେଳେ ବଦଳିଲେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଏଡିଜିପି ଆଧୁନିକୀକରଣ ଦାୟିତ୍ବ ଦିଆଯାଇଛି। ଆର.ପି.କୋଚେ ହେଲେ ନୂଆ ଗୁଇନ୍ଦା ନିର୍ଦେଶକ ଏବଂ ସନ୍ତୋଷ ବାଲାଙ୍କୁ ଏସସିଆରବି ଏବଂ ଏସଏଫଏସଏଲ ନିର୍ଦେଶକ ଭାବେ ଅବସ୍ଥାପତି କରାଯାଇଛି।  ପିନାକ ମିଶ୍ରଙ୍କୁ ଭୁବନେଶ୍ବର ନୂଆ ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ବର ଡିସିପି ଥିବା ପ୍ରତୀକ ସିଂଙ୍କୁ କଟକ ରୁରାଲ ଏସପି ଭାବେ ବଦଳି କରାଯାଇଛି। ସେହିପରି କଟକର ନୂଆ ଡିସିପି ହେଲେ ଜଗମୋହନ ମୀନା।

- Advertisement -

ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସ୍ଥାନରେ ଆର୍‌ପି କୋଚେଙ୍କୁ  ଗୁଇନ୍ଦା ନିର୍ଦ୍ଦେଶକ କରାଯାଇଛି। ସେହିପରି ଗୃହ ବିଭାଗ ଓଏସଡି ଏସ୍.ଏମ୍ ନରୱାଣେଙ୍କୁ ପ୍ରିଣ୍ଟିଂ, ଷ୍ଟେସନାରୀ ଓ ପବ୍ଲିକେସନ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି।  କ୍ରାଇମବ୍ରାଞ୍ଚ ଏଡିଜି ଅରୁଣା ବୋଥ୍ରାଙ୍କର ବଦଳି ହୋଇଛି। ତାଙ୍କୁ ରେଲୱେ ଓ ତଟ ସୁରକ୍ଷା ଏଡିଜିପି ଦାୟିତ୍ୱ ଦିଆଯାଇଛି। ଅରୁଣ ବୋଥ୍ରାଙ୍କ ସ୍ଥାନରେ ବିନୟ ତୋଷ ମିଶ୍ରଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି କରାଯାଇଛି ।   ରାଧାକିଷନ୍ ଶର୍ମାଙ୍କୁ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। ଦୟାଲ୍ ଗଙ୍ଗୱାର କଟକ ସ୍ଥିତ ପୁଲିସ ମୁଖ୍ୟାଳୟର ଏଡିଜିପି ଭାବେ ନୂଆ ଦାୟିତ୍ୱ ପାଇଛନ୍ତି । ରାଜେଶ କୁମାରଙ୍କୁ ସ୍ପେଶିଆଲ୍ ଆର୍ମଡ ପୁଲିସ ଏଡିଜିପି ଭାବେ ବଦଳି କରାଯାଇଛି। କଟକ ଡିସିପି ଆର. ପ୍ରକାଶଙ୍କୁ କ୍ରାଇମ ବ୍ରାଞ୍ଚ ଡିଆଇଜି ଭାବେ ବଦଳି କରାଯାଇଛି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories