www.samajalive.in
Sunday, December 7, 2025
23.1 C
Bhubaneswar

ଭରତପୁର ଥାନା ମାମଲା: ଆଜି ନିଲମ୍ବିତ ପୁଲିସ କର୍ମଚାରୀଙ୍କ ମିଛଧରା ପରୀକ୍ଷା

ଭୁବନେଶ୍ବର : ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । ଆଜି(ସୋମବାର) ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ସେମାନଙ୍କୁ ନେଇ କ୍ରାଇମବ୍ରାଞ୍ଚ ଦଳ ରବିବାର ଗୁଜରାଟ ଗସ୍ତ କରିଥିବା ସୂଚନା ମିଳିଛି। ସୋମବାର ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣଙ୍କର ପଲିଗ୍ରାଫ, ବ୍ରେନ ମ୍ୟାପିଂ ଓ ନାର୍କୋ ପରୀକ୍ଷା କରାଯିବ। ଅନ୍ୟ ୪ ନିଲମ୍ବିତ ପୁଲିସ ଅଧିକାରୀଙ୍କ ମଧ୍ୟ ଗୁଜରାଟରେ ପଲିଗ୍ରାଫ ପରୀକ୍ଷା ହେବ। ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣଙ୍କ ସହିତ ଗୁଜରାଟ ଯାଇଥିବା ଅନ୍ୟ ପୁଲିସ କର୍ମଚାରୀମାନେ ହେଲେ ଏସ୍‌ଆଇ ବୈଶାଳିନୀ ପଣ୍ଡା, ସାଗରିକା ରଥ, ସଲିଳାମୟୀ ସାହୁ ଏବଂ କନ‌େ‌ଷ୍ଟବଳ ବଳରାମ ହାଁସଦା। ରିପୋର୍ଟ ଆସିବା ପରେ ପୁଲିସ କେତେ ସତ କହୁଛି ତାହା ଉପରୁ ପରଦା ହଟିବ ବୋଲି ତଦନ୍ତକାରୀ ଦଳ ଆଶା ବାନ୍ଧିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories