www.samajalive.in
Monday, December 8, 2025
20.1 C
Bhubaneswar

ସ୍ବଚ୍ଛତା ହିଁ ସେବା: ଝାଡ଼ୁ ଧରିଲେ ଏନଏସି ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି

ଜି.ଉଦୟଗିରି: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିଥିବା ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅବସରରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ତରଫରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୋମବାର ସ୍ଥାନୀୟ ବନ୍ଧ ଛକଠାରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସହରର ବିଭିନ୍ନ ସ୍ଥାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ପୂର୍ବରୁ ବିଭିନ୍ନ ଛାଇ ପ୍ରଦାନକାରୀ ଏବଂ ଫଳ ପ୍ରଦାନକାରୀ ବୃକ୍ଷରୋପଣ କରାଯିବା ସହ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ସ୍ବଚ୍ଛତା ହିଁ ସେବା ସମ୍ପର୍କିତ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତୀ ଶିକ୍ଷାର୍ଥୀଙ୍କୁ ପୁରସ୍କୃତ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘ୍, କାଉନସିଲର ସିଦ୍ଧେଶ୍ବରୀ ନାୟକ, ବରିଷ୍ଠ ସହାୟକ ସତ୍ୟପ୍ରକାଶ ମହାପାତ୍ର, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ ଏମ ଆଇ ଏସ ମୁକେଶ ରଞ୍ଜନ ନାୟକ, ସିଓ କେ.ଜୀବନଜ୍ୟୋତି ପାତ୍ର, ଟ୍ୟାକ୍ସ କଲେକ୍ଟର ଗଣେଶ ଜେନା, ମୁକ୍ତା ସଂଯୋଜକ ପ୍ରଭାତ ସାହୁଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ରାମକୃଷ୍ଣ ଚୌଧୁରୀ, ଅରୁଣ ଷଡଙ୍ଗୀ, ସମୀର ପାଢୀ, ପ୍ରତାପ ଚନ୍ଦ୍ର ପାଢୀ, ଅନୀଲ ଦଳବେହେରା, ସାମନ୍ତଶେଖର ନାୟକ, ଚିନ୍ମୟ ସେଠୀଙ୍କ ସମେତ ପରିଷଦର ସମସ୍ତ କର୍ମଚାରୀ ଏବଂ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ରହି ସଚେତନ କରାଇଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories