www.samajalive.in
Monday, December 8, 2025
27.1 C
Bhubaneswar

ପୁଣି ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ : ପାର୍ବଣ ସମୟରେ ଗ୍ରାହକଙ୍କୁ ଝଟକା। ଅକ୍ଟୋବର ମାସ ଆରମ୍ଭରୁ ପୁଣି ବଢିଲା କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦର। ୧୯ କେଜି ସିଲିଣ୍ଡର ଦର ୪୮ ଟଙ୍କା ୫୦ ପଇସା ବଢ଼ିଛି । ଘରୋଇ ଗ୍ୟାସ୍ ସିଲିଣ୍ଡର ଦରରେ କିନ୍ତୁ କୌଣସି ପରିବର୍ତ୍ତନ ହୋଇନାହିଁ। ତେବେ ଦର ବଢିବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଗ୍ୟାସ୍ ଉପଲବ୍ଧ ହେବ। ଆଜିଠାରୁ ଦେଶରେ ଏହି ଦର ଲାଗୁ ହୋଇଛି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories