www.samajalive.in
Sunday, December 7, 2025
13.1 C
Bhubaneswar

କାର୍ଯ୍ୟରେ ଅବହେଳା ପାଇଁ ୫ ପୁଲିସ୍ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

କନ୍ଧମାଳ: କନ୍ଧମାଳ ପୁଲିସ୍ ବିରୋଧରେ ଆସିଥିବା ସାଂଘାତିକ ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଗୋଚ୍ଛାପଡା ଥାନା ଡାଙ୍ଗଣାମ୍ ଘାଟିରୁ ଜ୍ୟେଷ୍ଠ ବଣ୍ଡକୀ ନାମକ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାରେ ୫ ପୁଲିସ୍ ଅଧିକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗୋଚ୍ଛାପଡା ଥାନା ଏଏସଆଇ, ହାବିଲଦାର ଓ ୩ ହୋମଗାର୍ଡଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କନ୍ଧମାଳ ଏସପି ଶୁଭେନ୍ଦୁ ପାତ୍ର ଙ୍କ ନିର୍ଦେଶକ୍ରମେ ଏସଆଇ ଅଜିତ୍ କୁମାର ବେହେରା, ହାବିଲଦାର ରାମଚନ୍ଦ୍ର ନାୟକଙ୍କୁ ନିଲମ୍ବିତ କରାଯାଇଛି। ତା ସହ ହୋମଗାର୍ଡ ଅଭିରାମ ମହାନନ୍ଦ , ଜଗବନ୍ଧୁ କହଁର ଏବଂ ରତ୍ନାକର ନାୟକଙ୍କୁ କାର୍ଯ୍ୟରୁ ଅନ୍ତର କରିଦିଆଯାଇଛି। ଏହି ୫ ଜଣ ପୁଲିସ୍ ପାଟ୍ରୋଲିଂ ଏବଂ ଗାଡି ଯାଞ୍ଚ ବେଳେ ଡ୍ୟୁଟିରେ ଅବହେଳା ସହ ମୃତକଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସମ୍ପୃକ୍ତିରେ ସନ୍ଦେହ ଯୋଗୁଁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏବଂ ସମସ୍ତେ ତଦନ୍ତ ପରିସରଭୁକ୍ତ ଅଛନ୍ତି ବୋଲି ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories