www.samajalive.in
Sunday, December 14, 2025
17.1 C
Bhubaneswar

ଆଜିଠୁ ନବରାତ୍ର ପୂଜା ଆରମ୍ଭ: ଉତ୍ସବମୁଖର ଶକ୍ତିିପୀଠ

କଟକ: ଶାରଦୀୟ ଦୁର୍ଗା ପୂଜା ଅବସରରେ ଆଜିଠାରୁ ଆରମ୍ଭ ହୋଇଛି ନବରାତ୍ର ପୂଜା। ଏଥିଲାଗି ରାଜ୍ୟର ପ୍ରାୟ ସମସ୍ତ ଶକ୍ତିପୀଠ ଗୁଡିକ ଉତ୍ସବମୂଖର ହୋଇଉଠିଛି। ମାଆ କଟକ ଚଣ୍ତୀଙ୍କ ପୀଠରେ ଧୁମଧାମ ସହକାରେ ନବରାତ୍ର ପୂଜା ଚାଲିଛି। ନବରାତ୍ର ବ୍ରତ ଧାରଣ କରି ଭକ୍ତମାନେ ମାଆଙ୍କର ପୂଜାର୍ଚ୍ଚନା କରୁଛନ୍ତି। ୯ ଦିନରେ ମା ୯ଟି ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ମାଆଙ୍କର ଏହି ମନୋରମ ବେଶକୁ ଦର୍ଶନ କରିବା ଲାଗି କାହିଁ କେତେ ଦୂରରୁ ଲକ୍ଷାଧିକ ଭକ୍ତ ଛୁଟି ଆସନ୍ତି। ସେପଟେ ଦୁର୍ଗାପୂଜାକୁ ଆଉ ମାତ୍ର ହାତ ଗଣତି କିଛିଟା ଦିନ ବାକି ରହିଛି। ମହାଳୟାରେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି । ବିଭିନ୍ନ ମଣ୍ଡପରେ ସାଜସଜା, ରୁପା ମେଢ ଓ ତୋରଣ କାମ ମଧ୍ୟ ଜୋରସୋରରେ ଚାଲିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories