www.samajalive.in
Sunday, December 7, 2025
15.1 C
Bhubaneswar

କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ବାଲିବୋ ଗାଁରେ ଅଭାବନୀୟ ଘଟଣା ଘଟିଛି।  କୂଅରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହ। ମୃତ ମହିଳା ଜଣକ ବାସନ୍ତୀ ରାଉତ ବୋଲି ଜଣାପଡିଛି। ଆଜି ସକାଳେ କିଛି ସ୍ଥାନୀୟ ଲୋକ କୂଅକୁ ପାଣି ଆଣିବାକୁ ଯାଇଥିବାବେଳେ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ବାସନ୍ତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ପରେ ଏ ନେଇ ଗ୍ରାମବାସୀମାନେ ପରିବାର ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପୁଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବାସନ୍ତୀଙ୍କୁ କୂଅରୁ ଉଦ୍ଧାର କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ସେପଟେ ପୁଲିସ ମୃତକଙ୍କ ସ୍ଵାମୀ ଦୁଃଖବନ୍ଧୁ ରାଉତଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories