www.samajalive.in
Sunday, December 7, 2025
14.1 C
Bhubaneswar

ସ୍ଵଚ୍ଛତା ପଖୱଡା କାର୍ଯ୍ୟକ୍ରମ

ଖୋର୍ଦ୍ଧା: ଖୋର୍ଦ୍ଧା ରୋଡ଼ ମଣ୍ଡଳ ପକ୍ଷରୁ ଅକ୍ଟୋବର ୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ “ସ୍ଵଚ୍ଛତା ପଖୱଡା” ପାଳନ କରାଯାଉଛି।  ଦେଶକୁ ପରିଷ୍କାର, ପରିଛନ୍ନ ରଖିବା ସହ ମହାତ୍ମା ଗାନ୍ଧୀଙ୍କର ସ୍ୱଚ୍ଛ ତଥା ବିକଶିତ ଭାରତର ସ୍ୱପ୍ନକୁ ପୂରଣ କରିବା ପାଇଁ ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ହେଉଛି ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ। ଖୋର୍ଦ୍ଧା ରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ ଏଚ୍.ଏସ. ବାଜ୍ଵା, ସମସ୍ତ ଶାଖା ଅଧିକାରୀ ଏବଂ କର୍ମଚାରୀମାନେ ସ୍ୱଚ୍ଛତା ପ୍ରତି ଉତ୍ସାହିତ କରିବା ପାଇଁ ଲୋକ ମାନଙ୍କୁ ସ୍ୱଚ୍ଛତା ଶପଥ ଗ୍ରହଣ କରାଇଥିଲେ। ଏହି ଅବସରରେ ଖୋର୍ଦ୍ଧା ରୋଡ଼ ସ୍କାଉଟ୍ ଏବଂ ଗାଇଡ୍ ପିଲାମାନଙ୍କ ଦ୍ୱାରା “ସ୍ଵଚ୍ଛ ଭାରତ” ଉପରେ ଏକ ନୁକ୍କଡ ନାଟକ ପ୍ରଦର୍ଶିତ ହୋଇଥିଲା । ଖୋର୍ଦ୍ଧା ରୋଡ଼ ମଣ୍ଡଳର ଇଏନ୍ଏଚ୍ଏମ୍ ୱିଙ୍ଗ୍ ଦ୍ୱାରା, ରେଳ ଷ୍ଟେସନ୍ପ ପରିସର, ଟ୍ରେନ୍, ଅଫିସ୍, କ୍ୟାଣ୍ଟିନ, ଖାଦ୍ୟ ଷ୍ଟଲ୍ ଏବଂ ରେଳବାଇ ଆବାସିକ ଅଞ୍ଚଳରେ ବିଭିନ୍ନ ପରିଷ୍କାର ପରିଚ୍ଛନ୍ନତା ତଥା ସଚେତନତା କାର୍ଯ୍ୟକ୍ରମ ପାଇଁ ଯୋଜନା କରିଛି ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories