www.samajalive.in
Wednesday, December 10, 2025
26.1 C
Bhubaneswar

କୋଲକାତାରେ ବିଜେପି ରଥଯାତ୍ରାକୁ ଝଟକା

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ବିଜେପିର ରଥାଯାତ୍ରା ପାଇଁ ସୁପ୍ରିମକୋର୍ଟରୁ ଜୋରଦାର ଝଟକା ଲାଗିଛି। ମଙ୍ଗଳବାର ସୁପ୍ରିମକୋର୍ଟ ଏହି ମାମଲାରେ ଶୁଣାଣି କରି ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିରେ କୌଣସି ପ୍ରକାରର ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାରଙ୍କ ତରଫରୁ ଦିଆଯାଇଥିବା ହିଂସାର ସଙ୍କେତ ଭିତ୍ତିହୀନ ନୁହେଁ। ଏହାସହ ପୁନଃ ଆବେଦନ କରି ରଥଯାତ୍ରା ପାଇଁ ଅନୁମତି ନେବାକୁ ବିଜେପିକୁ କହିଛନ୍ତି। ବାକ୍‍ ସ୍ୱାଧିନତାକୁ ଦୃଷ୍ଟିରେ ରଖି ବିଜେପିର ରଥଯାତ୍ରା ଆବେଦନ ଉପରେ ନିର୍ଣ୍ଣୟ କରିବାକୁ ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ କୋଲକତା ହାଇକୋର୍ଟର ଜଣକିଆ ଖଣ୍ଡପୀଠ ରାୟକୁ ଚାଲେଞ୍ଜ କରିି ବିଜେପି ସୁପ୍ରିମକୋର୍ଟରେ ମାମଲା ଦାୟର କରିଥିଲା।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories