www.samajalive.in
Saturday, December 6, 2025
17.1 C
Bhubaneswar

୧୨ ଘଣ୍ଟିଆ ଅବିଭକ୍ତ କୋରାପୁଟ ବନ୍ଦ; ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବି

ଲକ୍ଷ୍ମୀପୁର : ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବିଶେଷ କରି ସି. ଓ ବି. ଗ୍ରୁପରେ ସରକାର ଯେଉଁ ନିଯୁକ୍ତି କରିଛନ୍ତି ସେଥିରେ ସ୍ଥାନୀୟ ଜିଲ୍ଲାର ପିଲାମାନଙ୍କୁ ନିଯୁକ୍ତି କରାନଯାଇ ବାହାର ଜିଲ୍ଲା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଉଥିବା କାରଣରୁ ସ୍ଥାନୀୟ ଶିକ୍ଷିତ ପିଲାମାନେ ଉପେକ୍ଷିତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ସରକାର ସେହି ନିୟମ ପ୍ରତ୍ୟାହାର କରି ଜିଲ୍ଲା ଭିତ୍ତିକ ନିଯୁକ୍ତି ନିମନ୍ତେ ନିୟମ ପ୍ରଣୟନ କରି ଜିଲ୍ଲାର ପ୍ରାର୍ଥୀମାନଙ୍କୁ ସି ଓ ବି ଗ୍ରୁପରେ ନିଯୁକ୍ତି କରିବା ଦାବିରେ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ ଟାରୁ ଲକ୍ଷ୍ମୀପୁର ଆମ୍ବେଦକର ଛକ ନିକଟରେ ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ବସ ଟ୍ରକ ସହିତ ଯାନବାହାନ ଅଟକି ରହିଛି। ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ମାନଙ୍କ ସହିତ ସ୍ଥାନୀୟ ଯୁବକ ମାନେ ଏଥିରେ ସାମିଲ ହୋଇଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ନିୟୋଜିତ ରହିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories