ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ୟୁନିଫର୍ମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସ ସୀମାରେ କୋହଳ ସମ୍ପର୍କିତ ନିୟମାବଳୀ ଜାରି କରିଛି ସାଧାରଣ ପ୍ରଶାସନ ବିଭାଗ। ପୂର୍ବରୁ କାରବିଲ ବିଜୟ ଦିବସ ପାଳନ ଅବସରରେ ରାଜ୍ୟରେ ଅଗ୍ନିବୀରଙ୍କ ସଂରକ୍ଷଣ ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୟୁନିଫର୍ମ ସେବା କ୍ଷେତ୍ରରେ ରାଜ୍ୟରେ ଅଗ୍ନିବୀରଙ୍କୁ ୧୦ପ୍ରତିଶିତ ସଂରକ୍ଷଣ ଦିଆଯିବା ସହିତ ୫ବର୍ଷ ବୟସ ସୀମା କୋହଳ କରିବାକୁ ନିଷ୍ପତ୍ତି ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଜାରି ହୋଇଥିବା ନିୟମାବଳୀ ଅନୁସାରେ ଓଡିଶାର ପୁଲିସ, ଅଗ୍ନିଶମ ବିଭାଗରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ। ସେହିପରି ରାଜ୍ୟର ‘ଗ ଓ ଘ’ ବର୍ଗ ପଦବୀରେ ନିର୍ଦ୍ଧାରିତ ବୟସ ସୀମା ୩ବର୍ଷ କୋହଳ କରାଯାଇଛି। ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ମିଳିବ।
Popular Categories



