www.samajalive.in
Monday, December 15, 2025
15.1 C
Bhubaneswar

ନୂଆ ଶିକ୍ଷାନୀତି ଉପରେ କର୍ମଶାଳା

କଣ୍ଟାବାଞ୍ଜି: କେ.ଭି.ଡିଗ୍ରୀ ମହାବିଦ୍ୟାଳୟ କଣ୍ଟାବାଞ୍ଜିରେ ନୂଆ ଶିକ୍ଷା ନୀତି ଉପରେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପଦ୍ମଲୋଚନ ବର୍ମା ସଭାପତିତ୍ବ କରି ନୂଆ ଶିକ୍ଷା ନୀତିର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ବାଣିଜ୍ୟ ଅଧ୍ୟାପକ ଯଶୋବନ୍ତ ନାରାୟଣ ମିଶ୍ର ନୂଆ ଶିକ୍ଷା ନୀତିର ପାଠ୍ୟ ଖସଡ଼ା ଓ ପୂରୁଣା ଖସଡ଼ା ମଧ୍ୟରେ ଥିବା ପ୍ରଭେଦ ସହ ଅନ୍ୟ ଦିଗ ଉପରେ ଆଲୋକପାତ କରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷ ରାଜେଶ ମହାନ୍ତି ମଞ୍ଚାସିନ ଥିଲେ। ଇତିହାସ ଅଧ୍ୟାପକ ରୋହିତ କୁମ୍ଭାର  ମଂଚ ପରିଚାଳନା କରିଥିଲେ ଓ ପି ପି ପି ମାଧ୍ୟମରେ ଅବଗତ କରାଇଥିଲେ। ମହାବିଦ୍ୟାଳୟର ସମସ୍ତ ବିଭାଗର ଅଧ୍ୟାପକ ଅଧ୍ୟାପିକାମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ଶେଷରେ ଓଡ଼ିଆ ଅଧ୍ୟାପକ ଡ଼ଃ ସୁଶାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories