www.samajalive.in
Monday, December 8, 2025
14.1 C
Bhubaneswar

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ସମ୍ବଲପୁର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଗସ୍ତରେ ଆସି ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ସମୀକ୍ଷା କରିଥିଲେ। ଡାକ୍ତରଖାନାର ବିଭିନ୍ନ ସମସ୍ୟା ଭିତ୍ତିଭୂମୀ, ଡ୍ରେନେଜ ସମସ୍ୟା, କର୍ମଚାରୀ ଆଦି ସମ୍ପର୍କରେ ଡାକ୍ତରଖାନାର କତ୍ତୃପକ୍ଷ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଚିକିତ୍ସାଳୟ ପରିସରରେ ଚାଲିଥିବା କାର୍ଯ୍ୟ ଗୁଡିକୁ ତୁରନ୍ତ ସମ୍ପନ୍ନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ତଥା ସାଂସଦ ପ୍ରତିନିଧି ନାଉରୀ ନାୟକ, ଜିଲାପାଳ ସିଧେଶ୍ୱର ବଳିରାମ ବୋନ୍ଦାରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories