www.samajalive.in
Sunday, December 14, 2025
16.1 C
Bhubaneswar

ଭରତପୁର ଥାନା ଘଟଣା; ସତ୍ୟପାଠ ଦାଖଲ ପାଇଁ ବିଜ୍ଞପ୍ତି ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏହାରି ଭିତରେ ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କ ସମେତ ଭରତପୁର ଥାନାର ନିଲମ୍ବିତ ଥାନା ଅଧିକାରୀ ଏବଂ ନିଲମ୍ବିତ ଅନ୍ୟ ପୁଲିସ ଅଧିକାରୀଙ୍କ ସତ୍ୟପାଠ ଦାଖଲ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଏହାସହିତ ସାଧାରଣ ଲୋକ, ବୃଦ୍ଧିଜୀବୀମାନେ ଚାହିଁଲେ ବି ଏହି ଘଟଣାରେ ସତ୍ୟପାଠ ଦାଖଲ କରିପାରିବେ। ଆଜିଠୁ ୨୧ଦିନ ଧରି ଏହି ସତ୍ୟପାଠ ଦାଖଲ ପ୍ରକ୍ରିୟା ଜାରି ରହିବ। ସତ୍ୟପାଠ ଦାଖଲ ହୋଇ ସାରିବା ପରେ କମିଶନ ପକ୍ଷରୁ ନୋଟିସ୍‌‌ କରାଯାଇ ଅଧିକ ତଦନ୍ତ ଆରମ୍ଭ ହେବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories