www.samajalive.in
Saturday, December 13, 2025
26.1 C
Bhubaneswar

ଏଥର ପ୍ରବାସୀ ଭାରତୀୟ ଦିବସ ଓଡ଼ିଶାରେ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: ଏଥର ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶନିବାର ଏହି ବିଷୟ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଭୁବନେଶ୍ୱରରେ ଆୟୋଜିତ ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କେନ୍ଦ୍ର ସରକାର ଏଥର ପ୍ରବାସୀ ଭାରତୀୟ ଦିବସ ଓଡ଼ିଶାରେ ପାଳନ କରିବାକୁ ଯାଉଛନ୍ତି। ସେ କହିଛନ୍ତି, ନିକଟ ଭବିଷ୍ୟତରେ ରାଜ୍ୟରେ ନିବେଶକ ସମ୍ମିଳନୀ ମଧ୍ୟ ହେବ।


ଆଜି ଚନ୍ଦ୍ରଶେଖରପୁର ମଙ୍ଗଳା ବସ୍ତିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ସହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ମେୟର ସୁଲୋଚନା ଦାସ ସାମିଲ ହୋଇଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ସମୟରେ କେବଳ ସରକାରୀ ବ୍ୟବସ୍ଥା ଭିତରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ସୀମିତ ହୋଇ ରହିନାହିଁ। ସାରା ଦେଶରେ ସମସ୍ତେ ଗୋଟିଏ ବିଷୟରେ ଏକମତ ହୋଇଛନ୍ତି, ଦେଶରେ ସ୍ୱଚ୍ଛତା ବଢ଼େଇବାକୁ ପଡ଼ିବ।

- Advertisement -


କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ବୁଦ୍ଧ ଜୟନ୍ତୀ ପାର୍କରେ ବୃକ୍ଷରୋପଣ କରିଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ଚିନ୍ତାର ବିଷୟ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଜନସାଧାରଣ ଏବଂ ସ୍ୱେଚ୍ଛାସେବୀ ସଂଗଠନ ଗଛ ଲଗାଇବା ଖୁସିର ବିଷୟ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories